ଭୁବନେଶ୍ୱର : ରାଜ୍ୟରେ ଆଉ ୬୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୭୩୭ରେ ପହଞ୍ଚିଯାଇଛି।
ଏହି ୬୧୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୫ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୦୧ଟି ଲୋକାଲ୍ କେସ୍। ସେହିପରି ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଚିହ୍ନଟ ହୋଇଛନ୍ତି।
