ଭୁବନେଶ୍ୱର,୨୮ଜୁଲାଇ-୨୦୧୯ ନିର୍ବାଚନରେ ଭୋଟ ନେବା ପାଇଁ ବାହାନା କରି କାଳିଆ ଯୋଜନା ମାଧ୍ୟମରେ ଚାଷୀଙ୍କୁ ଦିଆଯାଇଥିବା ଟଙ୍କା କରୋନା ଦୁର୍ଦ୍ଦିନ ସମୟରେ ଫେରସ୍ତ ଦେବାକୁ ନୋଟିସ ଦେବା ସାଧାରଣ ଜନତାଙ୍କ ପାଇଁ ବେଡି ଉପରେ କୋରଡା ସଦୃଶ ।ଏହି କାଳିଆ ଯୋଜନା ଟଙ୍କା ଦେବାପାଇଁ ହିତାଧିକାରୀ ଚିହ୍ନଟ ପ୍ରକ୍ରିୟାରେ ଭୁଲ ତଥ୍ୟ ଦେବାଯୋଗୁଁ ଅଯୋଗ୍ୟ ହିତାଧିକାରୀ ଟଙ୍କା ପାଇଲେ ।ଏଣୁ ଭୁଲ ତଥ୍ୟ ଦେଇଥିବା ଅଧିକାରୀଙ୍କ ଠାରୁ ସରକାର ଏହି ଟଙ୍କା ଅସୁଲ କରିବା ଆବଶ୍ୟକ ବୋଲି ପିସିସି ସଭାପତି ନିରଂଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି । ଏକ ପ୍ରେସ୍ ବାର୍ତା ମାଧ୍ୟମରେ ସେ କହିଛନ୍ତି ଯେ ସରକାରଙ୍କର କୋଭିଡ ପରିଚାଳନାକୁ ରାଜ୍ୟ କଂଗ୍ରେସ ତରଫରୁ ସହଯୋଗ କରାଯାଇ ଅନେକ ଗୁଡିଏ ପ୍ରସ୍ତାବ ଦିଆଯାଇଥିଲା,କିନ୍ତୁ ସରକାର ସେ ସବୁ ପ୍ରସ୍ତାବ କୁ ଗୁରୁତ୍ୱ ଦେଲେ ନାହିଁ ଫଳରେ ଆଜି ସାରା ରାଜ୍ୟରେ କରୋନାର ବିଭୀଷିକା ମାଡିଗଲାଣି ତଥାପି ସରକାର ଚେତୁ ନାହାନ୍ତି ।ଭୁବନେଶ୍ୱରରେ ଯାହା ନିଷ୍ପତି ହେଉଛି ସଚିବାଳୟରେ ତାହା ଗ୍ରାମାଂଚଳରେ କାର୍ଯ୍ୟକାରୀ ହୋଇପାରୁନାହିଁ ।ଫଳରେ ରାଜ୍ୟର ଗରିବ ଜନସାଧାରଣ ଧୀରେ ଧୀରେ ଅନାହାର ଆଡକୁ ଗତି କରୁଥିବା ପରିଲକ୍ଷିତ ହେଉଛି ।ଏବେ ବି ସମୟ ଅଛି ,ଯଦି ସରକାର ଉଚିତ ପଦକ୍ଷେପ ନ ନିଅନ୍ତି ରାଜ୍ୟବାସୀଙ୍କର ନା ରହିବ ଜୀବନ ନା ଜୀବିକା ବୋଲି ଶ୍ରୀ ପଟ୍ଟନାୟକ ଚେତାବନୀ ଦେଇଛନ୍ତି ।
About the author
Related Posts

July 20, 2020
ଆରମ୍ଭ ହେଲା ବାଲିଗୁଡା ଏନ୍ଏସିରେ ଘରକୁ ଘର ସ୍ୱାସ୍ଥ୍ୟ ସ୍କାନିଂ


October 23, 2020