ଭୁବନେଶ୍ବର : ବିଶ୍ବବିଦ୍ୟାଳୟ ଓ କଲେଜ ଖୋଲିବା ଲାଗି ଗାଇଡ୍ ଲାଇନ୍ ଜାରି କଲା ୟୁଜିସି । କୌଣସି କ୍ୟାମ୍ପସ୍ ଖୋଲିବା ପୂର୍ବରୁ କେନ୍ଦ୍ର କିମ୍ବା ରାଜ୍ୟ ସରକାର ସମ୍ପୃକ୍ତ ଅଞ୍ଚଳକୁ ନିରାପଦ ଘୋଷଣା କରିବା ଆବଶ୍ୟକ ବୋଲି ଏଥିରେ ପରାମର୍ଶ ଦିଆଯାଇଛି । ସୁରକ୍ଷା ଏବଂ ସ୍ବାସ୍ଥ୍ୟ ପ୍ରତିଷେଧକ ବ୍ୟବସ୍ଥାକୁ କଡାକଡି ପାଳନ କରାଯାଇ ସମ୍ଭବ ହେଲେ ହଷ୍ଟେଲ ଖୋଲାଯାଇପାରେ ବୋଲି ୟୁଜିସି କହିଛି । ତେବେ ଯେଉଁ ଛାତ୍ର ବା ଶିକ୍ଷକଙ୍କର କରୋନା ଲକ୍ଷଣ ଥିବ ସେମାନଙ୍କୁ କଲେଜ ବା ବିଶ୍ବବିଦ୍ୟାଳୟରେ ପ୍ରବେଶ ଅନୁମତି ଦିଆଯିବ ନାହିଁ ବୋଲି ୟୁଜିସି ନିର୍ଦ୍ଦେଶ ଦେଇଛି । ସେହିପରି କଣ୍ଟେନମେଣ୍ଟ ଜୋନରେ ରହୁଥିବା ଛାତ୍ର ଏବଂ କର୍ମଚାରୀମାନଙ୍କୁ କଲେଜକୁ ଆସିବାକୁ ଅନୁମତି ମିଳିବ ନାହିଁ । କେବଳ କଣ୍ଟେନମେଣ୍ଟ ଜୋନ୍ ବାହାରେ ଥିବା ବିଶ୍ବବିଦ୍ୟାଳୟ ଏବଂ କଲେଜଗୁଡିକୁ ଖୋଲିବାକୁ ଅନୁମତି ଦିଆଯିବ । ବିଶ୍ବବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ରମାନଙ୍କୁ ‘ ଆରୋଗ୍ୟ ସେତୁ ଆପ୍’ ମଧ୍ୟ ଡାଉନଲୋଡ୍ କରିବାକୁ ପଡ଼ିବ ।
About the author
Related Posts

November 4, 2020
ଦେଶରେ ଆରୋଗ୍ୟ ହାର ୯୨%କୁ ବୃଦ୍ଧି ; ରାଜ୍ୟରେ ବି କମିଛି ସଂକ୍ରମିତଙ୍କ ସଂଖ୍ୟା

November 19, 2020
ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ୪ ଆତଙ୍କବାଦୀ ନିହତ

July 13, 2020