ଗଞ୍ଜାମ- ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ଦୁର୍ଘଟଣା । ଓଲଟିଲା ନଳକୂପ ଖନନ ଗାଡି,୧୨ ଆହତ,୫ ଜଣଙ୍କ ଅବସ୍ଥା ଗୁରୁତର ।
ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ଦୁର୍ଘଟଣା । ଓଲଟିଲା ନଳକୂପ ଖନନ ଗାଡି । ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି । ଏବେ ବି ଜଣେ ଚାପି ହୋଇ ରହଥିବା ଜଣାପଡିଛି । ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି । । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ ଆଜି ସକାଳେ ଅଡବା ଥାନା କଟାମାରୁ ୧୨ ଜଣ ଶ୍ରମିକ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ । ଏହି ସମୟରେ ତପ୍ତପାଣି ବୁଲାଣିଆ ଘାଟିରେ ନଳକୂପ ଖନନ ଗାଡି ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଗାଡ଼ି ତଳେ ୨ଜଣ ଶ୍ରମିକ ଚାପି ହୋଇ ରହିଯାଇଥିବା ବେଳେ ସ୍ଥାନୀୟ ଲୋକେ ଜଣଙ୍କୁ ଉଦ୍ଧାର କରିଥିଲେ। ଅନ୍ୟ ଜଣେ ଶ୍ରମିକ ଏବେବି ଗାଡ଼ି ତଳେ ଚାପି ହୋଇ ରହିଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପାଟପୁର ପୁଲିସ ଓ ମୋହନା ଓ ସାନ ଖେମୁଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର‌୍ୟ୍ୟ ଜାରି ରଖିଛନ୍ତି। ଆହତମାନଙ୍କୁ ଦିଗପହଣ୍ଡି ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *