ଆସନ୍ତା ମେ 25 ତାରିଖରେ 42 ବିଧାନସଭା ଆସନରେ ହେବାକୁ ଯାଉଛି ନିର୍ବାଚନ। ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ଏହି ବିଭାଗରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’୨୫ ତାରିଖରେ ନିର୍ବାଚନ ହେବ। ତେବେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ 95 ଲକ୍ଷ 41 ହଜାର ସାତ ସହ ସତାଲବେ ଜଣ ଭୋଟର ମତଦାନ ସାବ୍ୟସ୍ତ କରିବେ। ତେଣୁ ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଗୋଟେ ଦିନ ପରେ ଅର୍ଥାତ ମେ 7 ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ତେବେ ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ହେବ ଓ ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟ ମେ’ ୧୩ରେ ହେବା ନେଇ ସୂଚନା ରହିଛି।

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *