
ରାଜ୍ୟରେ ପରିବର୍ତ୍ତନ ହୋଇଛି ପାଗ। ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା। କହିବାକୁ ଗଲେ ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ମୌସୁମୀ ସକ୍ରିୟ ହେବା ଓଡ଼ିଶାରେ ୩ ଦିନ ହେବ ବର୍ଷା ଅନେକ ସ୍ଥାନରେ ହେଉଛି। ତେବେ ଆଗାମୀ ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।
ଆଜି ପାଇଁ ୨୦ ଜିଲ୍ଲାକୁ ବିଜୁଳି, ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି ୨୫ ତାରିଖ ପାଇଁ ୧୭ ଜିଲ୍ଲାକୁ ଝଡ଼ତୋଫାନ ଚେତାବନୀ ଜାରି ହୋଇଛି । ଏହାପରେ ୨୬ରୁ ବର୍ଷାର ପରିମାଣ ବଢିବା ନେଇ ମଧ୍ୟ ଆକଳନ କରାଯାଇଛି । ୨୬ରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ସେପଟେ ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି। ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି।
ଦୁଇଦିନ ପୂର୍ବରୁ ପୁରୀରେ ସ୍ୱାଭାବିକ ଠାରୁ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୮ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସେପଟେ ବନ୍ୟା ନିୟନ୍ତ୍ରଣ, ନଦୀ ପୁନରୁଦ୍ଧାର ଓ ଜଳପଥର ଉନ୍ନତୀକରଣ ପାଇଁ ରାଜ୍ୟରେ ଗଠନ ହେବ ୪ଟି ବୈଷୟିକ କମିଟି। ଯାହା ପାଣିପାଗ ବିଷୟରେ ସବୁ ଖବର ରଖିବ ଓ ବନ୍ୟାଜଳ ନିୟନ୍ତ୍ରଣ ପାଇଁ ସବୁ କାମ କରିବା। ଜଳ ସଂପଦ ବିଭାଗ ଅଧିକାରୀଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନା ପ୍ରସ୍ତୁତିର ସମୀକ୍ଷା ସହିତ, ୪ଟି ବୈଷୟିକ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ଆଜି ମଧ୍ୟ ରାଜ୍ୟର ଅନେକ ସ୍ଥାନ ଖାସ୍ କରି ରାଜଧାନୀରେ ବର୍ଷା ହୋଇଥିଲା। ଏହା ସହ ଅନ୍ୟ ଜିଲ୍ଲା ଗୁଡ଼ିକୁ ମଧ୍ୟ ଚେତାବନୀ ଦିଆଯାଇଛି।